ଭୁବନେଶ୍ୱର: ଆସନ୍ତା ୮ ତାରିଖରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ। ଏହି ୩ ଦିନିଆ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ସରକାରଙ୍କ ବହୁ ବରିଷ୍ଠ ମନ୍ତ୍ରୀ, ପ୍ରବାସୀ ଭାରତୀୟ ଏବଂ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀମାନଙ୍କ ସହ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ଯୋଗ ଦେବେ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନୁରୂପ ଭାବରେ ଅତିଥିମାନଙ୍କ ସୁରକ୍ଷା ଓ କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାରେ ପରିଚାଳନା ନିମନ୍ତେ ପୁଲିସ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପର ସମୀକ୍ଷା କରିଛନ୍ତି ପୁଲିସ ଡ଼ିଜି ୱାଇ.ବି.ଖୁରାନିଆ। ଭୁବନେଶ୍ୱର କ୍ୟାମ୍ପ ଅଫିସରେ ଅନୁଷ୍ଠିତ ବୈଠକରେ ସେ ପୁଲିସ ବିଭାଗର ପ୍ରସ୍ତୁତି, ପରିଚାଳନା, ଟ୍ରାଫିକ ସୁପରିଚାଳନା ଆଦିର ଅନୁଧ୍ୟାନ କରିଛନ୍ତି ।
ବିମାନବନ୍ଦରରେ ଏବଂ ଜନତା ମଇଦାନରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇବା ସହ ଅତିଥି ଓ ଭିଭିଆଇପିଙ୍କ ନିମନ୍ତେ ସୁରକ୍ଷା ବ୍ୟବସ୍ଥା, ରୁଟ ଲାଇନ ଏବଂ ସେହି ରାସ୍ତାରେ ଟ୍ରାଫିକ ବ୍ୟବସ୍ଥା ଆଦି ସଂକ୍ରାନ୍ତରେ ଉପଯୁକ୍ତ ପଦକ୍ଷେପ ନେବାକୁ ଡିଜିପି ଖୁରାନିଆ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାନବାହାନ ପାର୍କିଂ ସ୍ଥଳ, ଉତ୍ସବସ୍ଥଳରେ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଭାବେ ଡିଜିପି ଖୁରାନିଆ ସମୀକ୍ଷା କରିଛନ୍ତି । କାର୍ଯ୍ୟକ୍ରମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ଓ ୬୫୦ ବରିଷ୍ଠ ପୁଲିସ ଅଧିକାରୀ ଦାୟିତ୍ୱରେ ରହିବେ। ସେହିପରି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ ମଧ୍ୟ ସଜାଗ ରହିବେ। ଏଥି ସହ ବିଭିନ୍ନ ହୋଟେଲରେ ଅତିଥିଙ୍କ ସୁରକ୍ଷିତ ରହଣି ପାଇଁ ମଧ୍ୟ ଉପଯୁକ୍ତ ପଦକ୍ଷେପ ନେବାକୁ ଡିଜିପି ନିର୍ଦେଶ ଦେଇଛନ୍ତି। ପ୍ରବାସୀ ଭାରତୀୟ ମାନେ ବିଭିନ୍ନ ପର୍ଯ୍ୟଟନ ସ୍ଥାନ ପରିଦର୍ଶନ କାର୍ଯ୍ୟକ୍ରମ ରହିଥିବାରୁ ଭୁବନେଶ୍ୱର, କଟକ ଓ ପୁରୀ ଆଦି ସ୍ଥାନରେ ଥିବା ପର୍ଯ୍ୟଟନସ୍ଥଳ ଗୁଡିକର ସୁରକ୍ଷା ବ୍ୟବସ୍ଥା ବଢାଇବା ସଂକ୍ରାନ୍ତରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଏହା ସହ ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ ଆଦି ଜିଲ୍ଲାରେ ଥିବା ହୋଟେଲଗୁଡିକର କଡାକଡ଼ି ଯାଞ୍ଚ କରିବାକୁ ମଧ୍ୟ ଡିଜିପି ନିର୍ଦେଶ ଦେଇଛନ୍ତି। ସହରଗୁଡିକରେ ସିସିଟିଭି ବ୍ୟବସ୍ଥାର ସୁପରିଚାଳନା, ଟ୍ରାଫିକ ବନ୍ଦୋବସ୍ତକୁ ଶୃଙ୍ଖଳିତ କରିବା ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି। ଉକ୍ତ