ସଂଚାର ବ୍ୟୁରୋ: ସୁଦାନରୁ ଫେରିଲେ ଜଗତସିଂହପୁର ଜିଲ୍ଲାର ନିଖୋଜ ଓଡିଆ ଯୁବକ ଆଦର୍ଶ ବେହେରା। ଏନେଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଦେିଚନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଦର୍ଶଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟକୁ ପତ୍ର ଲେଖିଥିଲେ ରାଜ୍ୟ ସରକାର। ରାଜ୍ୟ ସରକାର ଆଦର୍ଶଙ୍କ ପରିବାର ସହ ଯୋଗାଯୋଗରେ ରହି ଆଦର୍ଶଙ୍କୁ ମୁକୁଳାଇବା ଲାଗି ଚେଷ୍ଟା କରିଥିଲେ। ଆଦର୍ଶ ସୁଦାନର ଉତ୍ତର ଡରଫର୍ ରାଜ୍ୟର ଏଲ୍ ଫାସର୍ ସହରରେ ନିଖୋଜ ଥିଲେ। ଭାରତ ସରକାର ତାଙ୍କୁ କିଛି ଆନ୍ତର୍ଜାତିକ ମଧ୍ୟସ୍ଥିଙ୍କ ସହଯୋଗରେ ଉଦ୍ଧାର କରିଥିଲେ। ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ କମିଶନର ମଧ୍ୟ ବୈଦେଶିକ ମନ୍ତ୍ରାଳୟକୁ ପତ୍ର ଲେଖି ସୁଦାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ କାର୍ଯ୍ୟାଳୟ ସହିତ ଯୋଗାଯୋଗରେ ରହି ଆଦର୍ଶଙ୍କ ଖୋଜ୍ ଖବର ନେଉଥିଲେ।

