ମହିଳାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ପାଇଁ ସୁଧ ଦେବାକୁ ପଡିବ ନାହିଁ। ସରକାରଙ୍କ ଏହି ନିଷ୍ପତ୍ତି ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ସୂଚନାଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।