ସଂଚାର ବ୍ୟୁରୋ: ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ କରିବା ପରି ବିଷୟ । ବର୍ବରତା ଓ ଅରାଜକତା ସୀମା ଟପୁଛି । ରାଜ୍ଯ ରାଜଧାନୀ ଅସୁରକ୍ଷିତ ହୋଇ ପଡ଼ିଛି । ଭୟଶୂନ୍ୟ ହେଉଛନ୍ତି ଅପରାଧୀ, ବିଶ୍ଵନୀୟତା ହରାଉଛନ୍ତି ସରକାର । ଆଇନ ଶୃଙ୍ଖଳା ଆଉ କେତେ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ପ୍ରଶ୍ନ କରିଛନ୍ତି ନବୀନ ପଟ୍ଟନାୟକ । ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରିଛି । ରାଜଧାନୀରେ ମହିଲାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିନପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣରକୁ ଦର୍ଶାଇଛନ୍ତି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି କହିଛନ୍ତି ନବୀନ ପଟ୍ଟନାୟକ।

