ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଶୂନ୍ୟକାଳରେ କଟକ ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇଥିଲେ ନବୀନ। ସେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କରିଛନ୍ତି। ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟ ମନ୍ତ୍ରୀ। ରାଜ୍ୟ ସରକାରଙ୍କ ଅପାରଗତାରୁ କଟକ ଏସସିବିରେ ଅଗ୍ନିକାଣ୍ଡ ଘଟିଥିବା କହିଲେ ନବୀନ। ଏହାସହ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି ନବୀନ ।

