ସଂଚାର ବ୍ୟୁରୋ: ଆରମ୍ଭ ହେଲା ନୂଆ ବିଧାୟକଙ୍କ ପାଠଶାଳା। ଦୁଇ ଦିନିଆ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଚାଲିବ ଏହି ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ। ସପ୍ତଦଶ ବିଧାନସଭାର ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟଙ୍କ ସମେତ ବିଜେପିର ବିଧାୟକ ମାନେ ଉପସ୍ଥିତ ରହିଥିଲେ। ଆଜି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡାଇ ଏବଂ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କର ଗୋଟିଏ ଗୋଟିଏ ସେସନ ରହିଛି। ଯେଉଁଥିରେ ବରିଷ୍ଠ ମାନେ ନିଜର ଅଭିଜ୍ଞତା ବାଣ୍ଟିବେ। ବିଧାନସଭା ରୁଲ ଓ ପ୍ରୋସିଡିଂ ବିଷୟରେ ବିଧାୟକଙ୍କୁ ଅବଗତ କରାଇବେ। ବିଧାନସଭାରେ ଭଲ ପ୍ରଦର୍ଶନ ପାଇଁ ମନ୍ତ୍ର ଦେବେ।