କଟକରେ ହଟିଲା କର୍ଫ୍ୟୁ । ପୋଲିସ କମିଶନର ଏସ୍ .ଦେବଦତ୍ତ ସିଂହଙ୍କ ସୂଚନା । ସହର ଉପରେ କଡ଼ା ନଜର ରହିଛି । ଫୋର୍ସ ପ୍ରତ୍ୟାହାର କରାଯାଇନି । ସମ୍ବେଦନଶୀଳ ଅଞ୍ଚଳରେ ପାଟ୍ରୋଲିଂ ଜାରି ରହିବ । କର୍ଫ୍ୟୁ ସମୟରେ କୌଣସି ବିଶୃଙ୍ଖଳା ଘଟିନି । ସହରରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି । ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ରହିଥିଲା । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗିଥିଲା କର୍ଫ୍ୟୁ । ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ ରହିଛି । ପରିସ୍ଥିତି ଦେଖି ଇଣ୍ଟରନେଟ ସେବା ଯୋଗାଇ ଦିଆଯିବ ବୋଲି ଏସ୍ .ଦେବଦତ୍ତ ସିଂହଙ୍କ କହିଛନ୍ତି । କଟକଣାରୁ ବାଦ୍ ରେଲୱେ, ବ୍ୟାଙ୍କ ଓ ବିଭିନ୍ନ ସରକାରୀ ସେବା ।
ସୂଚନା ଅନୁସାରେ ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

