Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ରାଜ୍ୟରେ ‘ମୁରାସୁ’ ବାତ୍ୟାର କୌଣସି ବଡ଼ ଧରଣର ପ୍ରଭାବ ପଡ଼ିନାହିଁ: ମୁଖ୍ୟ ଶାସନ ସଚିବ

Sanchar Live by Sanchar Live
November 3, 2026
in ଓଡିଶା
0
0
SHARES
19
VIEWS
Facebook
Twitter

ରାଜ୍ୟରେ ‘ମୁରାସୁ’ ବାତ୍ୟାର କୌଣସି ବଡ଼ ଧରଣର ପ୍ରଭାବ ପଡ଼ିନାହିଁ। କେତେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ବିପଦପୂର୍ଣ୍ଣ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

ଅନ୍ୟପଟେ ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଏକ ୮ ଜଣିଆ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଗସ୍ତରେ ଆସିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବି ଶଙ୍କରଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ମଙ୍ଗଳବାର ଗଜପତି ଏବଂ ବୁଧବାର ଗଞ୍ଜାମ ଜିଲ୍ଲା ଗସ୍ତ କରିବେ। ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ଏହି ଟିମ୍ ବିଭିନ୍ନ ପ୍ରଭାବିତ ଅଞ୍ଚଳ ବୁଲି କୃଷି, ଭିତ୍ତିଭୂମି, ରାସ୍ତାଘାଟ, ବିଦ୍ୟୁତ ଓ ଜଳ ସମ୍ପଦ କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିବେ।

Related posts

ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଶୋକ

ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଶୋକ

November 3, 2026
ବ୍ୟାରିକେଡ୍ ଭାଙ୍ଗି ରାଜପଥ ପାର ହେଲା ହାତୀ, ଭିଡିଓ ଭାଇରାଲ

ବ୍ୟାରିକେଡ୍ ଭାଙ୍ଗି ରାଜପଥ ପାର ହେଲା ହାତୀ, ଭିଡିଓ ଭାଇରାଲ

November 3, 2026

ପୂର୍ବ ବାତ୍ୟାରେ ପ୍ରଭାବିତ ହୋଇଥିବା ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ସହାୟତା ରାଶି ବଣ୍ଟନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ବର୍ଷା ଯୋଗୁଁ ସାମୟିକ ଭାବେ ବନ୍ଦ ରହିଥିବା ଭୂସ୍ଖଳନ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ପୁଣି ଥରେ ମଙ୍ଗଳବାର ସକାଳୁ ଆରମ୍ଭ କରାଯାଇଛି।

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜିଲ୍ଲାପାଳ, ଏସଆରସି (SRC) ଏବଂ ଅଗ୍ନିଶମ ସେବା ବିଭାଗର ନିର୍ଦ୍ଦେଶକଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ‘ମୁରାସୁ’ ବାତ୍ୟା ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ବୈଠକ ପରେ ସେ ସୂଚନା ଦେଇଛନ୍ତି ଯେ, ରାଜ୍ୟରେ ଏପର୍ଯ୍ୟନ୍ତ ବାତ୍ୟାର କୌଣସି ପ୍ରଭାବ ନାହିଁ ଏବଂ ପୁନରୁଦ୍ଧାର ତଥା ସହାୟତା ପ୍ରଦାନ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। କେନ୍ଦ୍ରୀୟ ଟିମ୍‌ର ଆକଳନ ପରେ କ୍ଷୟକ୍ଷତିର ସଠିକ୍ ପରିମାଣ ଜଣାପଡ଼ିବ ଓ ସେହି ଅନୁଯାୟୀ ପୁନର୍ବାସ ପାଇଁ ଅଧିକ ସହାୟତା ମିଳିବ ବୋଲି ଆଶା କରାଯାଉଛି।

Tags: cyclonemurasuodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ୫ କୋଟି ନଦେଲେ ମାରିଦେବୁ, ତୁଷାରଙ୍କୁ ମିଳିଲା ହତ୍ୟା ଧମକ
  • ଅଶୋକ କୁମାର ମହାପାତ୍ରଙ୍କ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଶୋକ
  • ରାଜ୍ୟରେ ‘ମୁରାସୁ’ ବାତ୍ୟାର କୌଣସି ବଡ଼ ଧରଣର ପ୍ରଭାବ ପଡ଼ିନାହିଁ: ମୁଖ୍ୟ ଶାସନ ସଚିବ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.