Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

Sanchar Live by Sanchar Live
September 25, 2024
in ଓଡିଶା
0
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ
0
SHARES
28
VIEWS
FacebookTwitter

ସଂଚାର ବ୍ୟୁରୋ: ଓଏଏସ୍‌ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ଅନାମ ଚରଣ ପାତ୍ର ହୋଇଛନ୍ତି କଟକ ମହାନଗର ନିଗମ କମିଶନର। ପୂର୍ବରୁ ସେ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଥିଲେ।

କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି। ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କର ପ୍ରାଇଭେଟ ସେକ୍ରେଟାରୀ ଥିଲେ। ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍‌ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି।

କନ୍ଧମାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଥିବା ରତ୍ନାକର ସାହୁଙ୍କୁ ବାଲେଶ୍ୱର ଜିଲ୍ଲାର ଏଡିଏମ୍‌ ଭାବେ ବଦଳି କରାଯାଇଛି। ଯାଜପୁର ଜିଲ୍ଲା କଳିଙ୍ଗନଗରର ଏଡିଏମ୍‌ ଥିବା ଲଙ୍କେଶ୍ୱର ଅମାତଙ୍କୁ ଭଦ୍ରକ ଏଡିଏମ୍‌ ଭାବେ ବଦଳି କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇର ତହସିଲଦାର ଥିବା ଅଶୋକ କୁମାର ଗଡ଼ତିଆଙ୍କୁ ଅତିରିକ୍ତ ଅବକାରୀ କମିଶନର ଭାବେ କଟକକୁ ବଦଳି କରାଯାଇଛି।

ମୟୂରଭଞ୍ଜ ଏଡିଏମ୍‌ ଉଦୟ କୁମାର ମହାପାତ୍ରଙ୍କୁ ଅନୁଗୋଳ ଏଡିଏମ୍‌ ଭାବେ ବଦଳି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଦରିଦ୍ରଭଞ୍ଜ ଏମ୍‌ ଏମ୍‌ ପାତ୍ରଙ୍କୁ ବାଲେଶ୍ୱର-ମୟୂରଭଞ୍ଜ ମେଜର ସେଟେଲମେଣ୍ଟର ସେଟେଲମେଣ୍ଟ ଅଫିସର ଭାବେ ବାରିପଦାକୁ ବଦଳି କରାଯାଇଛି। ଭୁବନେଶ୍ୱର ସ୍ଥିତ ସିଡିଆଇ ଅଫିସରେ ଏସ୍‌ଆର (ଜେନେରାଲ) ଭାବେ କାର୍ଯ୍ୟ କରୁଥିବା ଦିପ୍ତୀରଞ୍ଜନ ବେହେରାଙ୍କୁ ପୂର୍ତ୍ତ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ନିରଞ୍ଜନ ବେହେରାଙ୍କୁ ଜଗତସିଂହପୁରର ପାରାଦୀପର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ଭାବେ ବଦଳି କରାଯାଇଛି। ପାରାଦୀପରେ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ ଭାବେ କାର୍ଯ୍ୟ କରୁଥିବା ଲଳିତ ମୋହନ ବେହେରାଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦର ସିଡିଓ-କମ୍‌-ଇଓ ଭାବେ ବଦଳି କରାଯାଇଛି।

ଓସେପାର ଯୁଗ୍ମ ନିର୍ଦ୍ଦେଶକ ଥିବା ସରୋଜ କୁମାର ବେହେରାଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିକାଶ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଥିବା ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଗୃହ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ରାଇରଙ୍ଗପୁରର ପୂର୍ବତନ ସବ୍‌-କଲେକ୍ଟର ସରୋଜ କୁମାର ଦାଶଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ଏହା ସହିତ ସେ ପୂର୍ବଭଳି ଓୟୁଆଇଡିଏଫ୍‌ର ଏଓ ଭାବେ ଅତିରିକ୍ତ ଦାୟତ୍ୱ ତୁଲାଇବେ। କେନ୍ଦୁଝର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍ ରେଭିନ୍ୟୁକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ବଣାଇର ପୂର୍ବତନ ସବ୍‌-କଲେକ୍ଟର ସୂରଞ୍ଜନ କୁମାର ସାହୁଙ୍କୁ ସୁନ୍ଦରଗଡ଼ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଭାବେ ବଦଳି କରାଯାଇଛି। ପୂର୍ବତନ ଶ୍ରମ ଓ ଇଏସ୍‌ଆଇ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶମ୍ଭୁନାଥ ନନ୍ଦିଙ୍କୁ କନ୍ଧମାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଭାବେ ନିଯୁକ୍ତ କରାଯାଇଛି। କେନ୍ଦୁଝର ଜିଲ୍ଲା ଚମ୍ପୁଆର ପୂର୍ବତନ ସବ୍‌-କଲେକ୍ଟର ସଂଯୁକ୍ତା ମାଝୀଙ୍କୁ ରାୟଗଡ଼ାର ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍‌ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌) ଲଳିତ ସୋରେଙ୍ଗଙ୍କୁ ଝାରସୁଗୁଡ଼ା ପିଡି (ଆର୍‌ ଆଣ୍ଡ ଆରର) ଭାବେ ନିଯୁକ୍ତି ଦିଆଯାଇଛି।

ଢେଙ୍କାନାଳ ସବ୍‌-କଲେକ୍ଟର ସପନ କୁମାର ନନ୍ଦଙ୍କୁ ଯାଜପୁରର କଳିଙ୍ଗନଗର ଏଡିଏମ୍‌ ବା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଓଡ଼ିଶା ଅର୍ବାନ ଇନଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡର ଏଓ ତଥା ଜାଗା ମିଶନ ଓଏସ୍‌ଡି ଥିବା ସଞ୍ଜୟ କୁମାର ରାଉତଙ୍କୁ ଓଡ଼ିଶା ଷ୍ଟେଟ ବେଭେରେଜ୍ କର୍ପୋରେସନ (ଓଏସ୍‌ବିସି)ର ମହାପ୍ରବନ୍ଧକ ଭାବେ ବଦଳି କରାଯାଇଛି।

ବାଲେଶ୍ୱରର ଅତିରିକ୍ତ ସବ୍‌-କଲେକ୍ଟର ଶୁଭଶ୍ରୀ ରଥଙ୍କୁ ନୀଳଗିରି ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ତାଳଚେରର ପୂର୍ବତନ ସବ୍‌-କଲେକ୍ଟର ମନୋଜ କୁମାର ତ୍ରିପାଠୀଙ୍କୁ ପାରଳାଖେମୁଣ୍ଡି ଆଇଟିଡିଏର ପିଏ ଭାବେ ବଦଳି କରାଯାଇଛି। ବରଗଡ଼ ଜିଲ୍ଲା ପଦ୍ମପୁରର ପୂର୍ବତନ ସବ୍‌-କଲେକ୍ଟର ଆଲୋକ କୁମାର ପଟେଲଙ୍କୁ ବଲାଙ୍ଗିର ସବ୍‌-କଲେକ୍ଟର ଓ ପାରଳାଖେମୁଣ୍ଡି ଆଇଟିଡିଏର ପିଏ ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ କୁମାର ବେହେରାଙ୍କୁ ଅନୁଗୋଳ ଜିଲ୍ଲା ଆଠମଲ୍ଲିକର ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

କଟକ ଜିଲ୍ଲା ଆଠଗଡ଼ ପୂର୍ବତନ ସବ୍‌-କଲେକ୍ଟର ପ୍ରଶାନ୍ତ କୁମାର ତରାଇଙ୍କୁ ଜଗତସିଂହପୁର ସବ୍‌-କଲେକ୍ଟର ଭାବେ ନିଯୁକ୍ତି ମିଳିଛି। ଜୟପୁରର ପୂର୍ବତନ ସବ୍‌-କଲେକ୍ଟର ପ୍ରଭାତ କୁମାର ପରିଡ଼ାଙ୍କୁ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ସବ୍‌-କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି। ସମ୍ବଲପୁର ମହାନଗର ନିଗମର ଡେପୁଟି କମତଶନର ପ୍ରସନ୍ନ କୁମାର ପଣ୍ଡାଙ୍କୁ ବରଗଡ଼ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ଜଗତସିଂହପୁର ଅତିରିକ୍ତ ସବ୍‌-କଲେକ୍ଟର ବିଭୂତି ଗଡ଼ନାଏକଙ୍କୁ ଢେଙ୍କାନାଳ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ବ୍ରହ୍ମପୁର ଅତିରିକ୍ତ ସବ୍‌-କଲେକ୍ଟର ଗୌରବମୟ ପ୍ରଧାନଙ୍କୁ ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି। ବାରିପଦା ଆଇଟିଡିଏ ପିଏ ଥିବା ପ୍ରଣୟ ରଞ୍ଜନ ବେହେରାଙ୍କୁ କେନ୍ଦୁଝର ପୌରପାଳିକାର କାର୍ଯ୍ୟନିବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।

Tags: lokaseba bhawanoasodisha
ShareTweetShareSend
Sanchar Live

Sanchar Live

Next Post
କଟକ ସଦର ଥାନା ଓ.ଏ.ପି.ଫ କର୍ମଚାରୀ ନିଲମ୍ବିତ

କଟକ ସଦର ଥାନା ଓ.ଏ.ପି.ଫ କର୍ମଚାରୀ ନିଲମ୍ବିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.