ସଂଚାର ବ୍ୟୁରୋ: ଗ୍ରାମାଞ୍ଚଳର ତ୍ୱରିତ ବିକାଶ ପାଇଁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ଆରମ୍ଭ କରିଛନ୍ତି ସରକାର। ଏହି ଯୋଜନାକୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଚଳିତ ଆର୍ଥିକ ବର୍ଷରେ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପ୍ରତି ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ ହେବ । ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ । ସବୁ ନିଷ୍ପତ୍ତି ଗ୍ରାମସଭା ଦ୍ୱାରା ନିର୍ଣ୍ଣୟ ହେବ । ପ୍ରକଳ୍ପ ତାଲିକା ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଦ୍ବାରା ଅନୁମୋଦିତ ହେବ। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ସେହିପରି ଓଡ଼ିଶା ଡାକ୍ତରୀ ଓ ସ୍ୱାସ୍ଥ୍ୟ ସେବା ନିୟମାବଳୀକୁ ରାଜ୍ୟ କ୍ୟାବିନେଟରେ ସଂଶୋଧନ କରାଯାଇଛି । ଡାକ୍ତର ନିଯୁକ୍ତି ଅଭାବକୁ ଦୂର କରି ଡାକ୍ତର ସମସ୍ୟା ଦୂର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ୫୦୦୦ ନୂଆ ଡାକ୍ତର ଏବଂ ୧୨୬ ଦନ୍ତ ଚିକିତ୍ସିକଙ୍କୁ ନିଯୁକ୍ତି ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାବାଦ ଶକ୍ତି ବିଭାଗର ଗୋଟିଏ ପ୍ରସ୍ତାବକୁ ମଧ୍ୟ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଆଇନ ବିଭାଗର ଗୋଟିଏ ସଂଶୋଧନକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି ।