୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ । ଆଗାମୀ ୧୦ ବର୍ଷ ପାଇଁ ରାଜ୍ୟରେ ଚାଲିବ ୨୦୦ ଟି ଇ-ବସ । ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ ଚାଲିବ । ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର ୫୦ ବସ ଇ- ବସ୍ ଚାଲିବ । ଏଥିପାଇଁ ୯୫୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିଭଳି ଆହାର ଯୋଜନା ପାଇଁ ଖର୍ଚ୍ଚ ରାଜ୍ୟ ସରକାର ନିଜେ ବହନ କରିବେ । ଏଥିପାଇଁ ୫ ବର୍ଷ ପାଇଁ ୫୧୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ କ୍ଷୁଦ୍ର ପ୍ରାଣୀ ଉନ୍ନୟନ ଉପ ଯୋଜନାକୁ ବି କ୍ୟାବିନେଟ ମୋହର ବାଜିଛି । ଏହି ଯୋଜନା ଆସନ୍ତା ୪ ବର୍ଷ ପାଇଁ ୨୯୪.୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ଏହି ଯୋଜନା ଦ୍ୱାରା ୨୩ ହଜାର ୭୩୫ କୃଷକ ଉପକୃତ ହେବେ । ବିମାନ ଚଳାଚଳ କ୍ଷେତ୍ର ପାଇଁ ଭିତ୍ତିଭୂମି ବିକାଶ ଓ ଆଧୁନୀକରଣ ପାଇଁ ଖର୍ଚ୍ଚ ହେବ ୪.୧୮୨ କୋଟି ଟଙ୍କା । ବିମାନ ସଂଯୋଗ, ରକ୍ଷଣାବେକ୍ଷଣ, ମରାମତି, କର୍ଗୋ ଓ ଲଜେଷ୍ଟିକ ବିକାଶ, ନୂଆ ପ୍ରଯୁକ୍ତିବିଦ୍ୟା ର ବ୍ୟବହାର ଇତ୍ୟାଦି ଅର୍ନ୍ତଭୁକ୍ତ ରହିଛି ।
ଫସଲ ବିବିଧିକରଣ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୧୫୨୩.୯୮ କୋଟି ଟଙ୍କା ।

