ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।
ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ସ୍କୁଲଗୁଡ଼ିକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ଏହି ନିଷ୍ପତ୍ତି ନିଆଯାଇଛି।