ସଂଚାର ବ୍ୟୁରୋ: ଏବେ ତାତିରୁ ନିସ୍ତାର ନାହିଁ। ଖରା ତାତି ଓ ପ୍ରବଳ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ସକାଳ ୮ଟା ପରଠୁ ଏମିତି ଝାଞ୍ଜି ବହୁଛି ଯେ, ଘରୁ ବାହାରି ହେଉନି । ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ଯେମିତି ଆକାଶରୁ ଖସୁଛି ନିଆଁ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ଖରା ଯୋଗୁଁ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ରାଜ୍ୟରେ ଏଭଳି ଅସହ୍ୟ ଖରା ଆହୁରି ୪ ଦିନ ଲାଗିରହିବ। ୧୫ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରି ଟପିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଗତକାଲି ୧୯ଟି ସହରରେ ତାପମାତ୍ରା ୪୦ ଡିଗ୍ରି ପାର୍ କରିଥିଲା ।