ରାଜ୍ୟରେ ଲଗାଣ ବର୍ଷା ଜାରି । ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତରଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧ ତାରିଖ ପରଠାରୁ ବର୍ଷା କମିବା ନେଇ ଆକଳନ କରାଯାଇଛି।