ଆସନ୍ତା ୧୦ରୁ ସୃଷ୍ଟି ହେଉଛି ଆଉ ଏକ ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। । ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବି ବହିପାରେ । ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୨୦ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ପାଗ ଲାଗିରହିବ । ୧୧ ତାରିଖ ପରେ ବର୍ଷା କମିବ ।
