ସଂଚାର ବ୍ୟୁରୋ: ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଯାହାଫଳରେ ରାଜ୍ୟରେ ଆଗାମୀ ୫-୭ ଦିନ ରହିବ ବର୍ଷା ।

