ଆଜି ଲଘୁଚାପ, ୬ ଦିନ ପ୍ରବଳ ବର୍ଷିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ସମାନ ଅଞ୍ଚଳରେ ଆଜି ଲଘୁଚାପ ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ । ୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୬ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଆସନ୍ତକାଲି ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
