ସଂଚାର ବ୍ୟୁରୋଷ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଉପକୂଳ, ସଂଲଗ୍ନ, ଦକ୍ଷିଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ନୟାଗଡ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, କୋରାପୁଟ ଆଦି ଜିଲ୍ଲାମାନଙ୍କ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଆସନ୍ତା ଦୁଇଦିନ ବର୍ଷା କମିବା ସହ ୨୩ରୁ ୨୬ ତାରିଖ ମଧ୍ଯରେ ହାଲୁକାରୁ ମଧ୍ଯମଧରଣ ବର୍ଷା ହେବା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।