ମହାକୁମ୍ଭ ପାଇଁ ଓଡ଼ିଶାରୁ ଉତ୍ତରପ୍ରଦେଶ ଗଡ଼ିଲା ବସ୍ । ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ଆଜିଠୁ ଓଡ଼ିଶାରୁ ଗଡ଼ିଛି ୮ଟି ବସ୍ । ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଗଡ଼ିଛି ବସ୍ । ବ୍ରହ୍ମପୁରରୁ ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍ଫରେନ୍ସିଂ ମାଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି ।
ବ୍ରହ୍ମପୁର ଓଏସଆରଟିସି କାର୍ଯ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଥିଲା। ଏହି ବସରେ ୪୨ ଜଣ ଯାତ୍ରୀ ବସି ଅଯୋଧ୍ୟାକୁ ଯାଇପାରିବେ । ଏଥିରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ରିହାତି ରହିଛି । ରହିବା, ଖାଇବାର ବ୍ୟବସ୍ଥା କରିବ ଓଏସ୍ଆରଟିସି ।