ସଂଚାର ବ୍ୟୁରୋ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୨ ନଭେମ୍ବର ପାଖାପାଖି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହେବ । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଗୋଟିଏ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଉଛି I

