ସଂଚାର ବ୍ୟୁରୋ: ସୃଷ୍ଟି ହେଲା ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହେବ। ମଲକା ଷ୍ଟ୍ରେଟ୍ ଦକ୍ଷିଣ ସାଗର ଅଂଚଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ତେବେ ଓଡ଼ିଶା ଉପକୂଳରୁ ବହୁ ଦୂରରେ ରହିଛି। ଏହା ୨୪ ତାରିଖ ବେଳକୁ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରର ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତିକରି ପରବର୍ତ୍ତୀ ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବ। ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ଏହା ଆହୁରି ଘନୀଭୂତ ହେବ। ତେବେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ହେବାର ବିଶେଷ ସମ୍ଭାବନା ନାହିଁ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ

