Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲିଠୁ ରାଜ୍ୟରେ ବଢ଼ିବ ଶୀତ

Sanchar Live by Sanchar Live
November 14, 2024
in ଓଡିଶା
0
କାଲିଠୁ ରାଜ୍ୟରେ ବଢ଼ିବ ଶୀତ

Oplus_131072

0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: କାଲିଠୁ ରାଜ୍ୟରେ ବଢ଼ିବ ଶୀତ । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ତ୍ତମାନ ରାଜ୍ୟକୁ ଉତ୍ତର-ପୂର୍ବ ଦିଗରୁ ପବନ ପ୍ରବାହତି ହେଉଥିବାରୁ ଉପକୂଳ ଓଡ଼ିଶାରେ ୮୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଦ୍ରତା ରହୁଛି । ପ୍ରଭାବରେ ତାପମାତ୍ରା ସ୍ବାଭାବିକ କିମ୍ବା ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହୁଛି । ଏହାସହ ଆର୍ଦ୍ରତା ପାଇଁ ରାତି ତାପମାତ୍ରା ମଧ୍ୟ କମୁନାହିଁ । ବାତ୍ୟା ଦାନା ପ୍ରଭାବରେ ଏବେ ବି ଉପକୂଳ ଓଡ଼ିଶାରେ ରାତିରେ ଗରମ ଅନୁଭୂତ ହେଉଛି । କିନ୍ତୁ ଆସନ୍ତାକାଲି ପରଠାରୁ ପବନର ଦିଗ ପରିବର୍ତ୍ତନ ହେବ ।

ବିଶେଷ କରି ଉତ୍ତର ଦିଗରୁ ରାଜ୍ୟକୁ ଥଣ୍ଡା ପବନ ପ୍ରବାହ ବଢିବ । ଫଳରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ଆକଳନ କରାଯାଇଛି । ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ଜାଡ ବଢିବ । ୧୫ ତାରିଖରୁ ୨୧ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଜିଲ୍ଲା ମାନଙ୍କରେ ସର୍ବନିମ୍ନ ତାପମାତ୍ରା ୧୨ ରୁ ୧୪ ଡିଗ୍ରୀକୁ ଖସିଆସିବ । ଏହାସହ ସଂଲଗ୍ନ ଜିଲ୍ଲାମାନଙ୍କରେ ସର୍ବନିମ୍ନ ତାପମାତ୍ରା ୧୪ ରୁ ୧୮ ଡିଗ୍ରୀ ମଧ୍ୟରେ ରହିବ । ପରବର୍ତ୍ତୀ ସପ୍ତାହ ୨୨ ରୁ ୨୮ନଭେମ୍ବର ମଧ୍ୟରେ ପଶ୍ଚିମ ଜିଲ୍ଲା ମାନଙ୍କରେ ତାପମାତ୍ରା ଆହୁରି ଖସିବ । ପରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଶୀତ ବଢିବ ।

ଉପକୂଳ ଓଡ଼ିଶାରେ ଦୁଇ ସପ୍ତାହ ପରେ ତାପମାତ୍ରା କମିବା ସହ ଜାଡ ବଢିବ ବୋଲି ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୩.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ, ପାହାଡିଆ ଅଞ୍ଚଳ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ୨୧.୯ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ, କଟକରେ ୨୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର।

Tags: odishawinter
ShareTweetShareSend
Sanchar Live

Sanchar Live

Next Post
ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.