ସଂଚାର ବ୍ୟୁରୋ: ଆସନ୍ତାକାଲିର ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ପିସିସି ସଭାପତିଙ୍କ ଆହ୍ଵାନ । ରାଜ୍ୟବାସୀଙ୍କୁ ୮ଟି ରାଜନୈତିକ ଦଳ ତରଫରୁ ନିବେଦନ । କଂଗ୍ରେସ ସମେତ ସମସ୍ତ ବାମପନ୍ଥୀ ଓ ଗଣତାନ୍ତ୍ରିକ ଦଳ, ଟ୍ରେଡ୍ ୟୁନିୟନ, କୃଷକ ସଂଗଠନ, ମହିଳା, ଯୁବକ, ଛାତ୍ର ସମାଜ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି । ଏହାକୁ ସଫଳ କରିବାକୁ ପିସିସି ସଭାପତି ନିବେଦନ କରିଛନ୍ତି। ଡବଲ ଇଞ୍ଜିନ ବିଜେପି ସରକାରଙ୍କ କୁଶାସନ ବିରୁଦ୍ଧରେ ଏହି ବନ୍ଦ, ମହିଳାଙ୍କ ସମ୍ମାନ ଏବଂ ସୁରକ୍ଷା ପାଇଁ ଓଡ଼ିଶା ଲୋକଙ୍କର ବନ୍ଦ ହେଉ ବୋଲି ସେ କହିଛନ୍ତି। ଅତ୍ୟାବଶ୍ୟକ ସେବା, ଆମ୍ବୁଲାନ୍ସ, ରୋଗୀଙ୍କ ଚିକିତ୍ସା ଇତ୍ୟାଦି ବନ୍ଦରୁ ବାଦ ରହିବ। ବଜାର, ପରିବହନ, ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ୍, ଅଦାଲତ, ବ୍ୟାଙ୍କ୍ ଏବଂ ବୀମା ଭଳି ରାଷ୍ଟ୍ରାୟତ ଉଦ୍ୟୋଗ ଇତ୍ୟାଦିକୁ ସମ୍ପୂର୍ଣ୍ଣ ବନ୍ଦ ରଖିବା ପାଇଁ ସେ ଅପିଲ କରିଛନ୍ତି । ରାଜ୍ୟ ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟବ୍ୟାପୀ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ ବୋଲି ସେ କହିଛନ୍ତି ।