ସଂଚାର ବ୍ୟୁରୋ: ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟ ପରିବର୍ତ୍ତନ । ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପରିବର୍ତ୍ତନ ହୋଇଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ କମିଛି ପେଟ୍ରୋଲ ଏବଂ ଡିଜେଲ ଦାମ୍ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୪ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୨ ପଇସା ରହିଛି ।
ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

