ସଂଚାର ବ୍ୟୁରୋ: ସ୍ଵୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି ପାଇଁ ଚେଷ୍ଟା ହେବ। ଚଳିତ ମାସରେ ସ୍ଵୟଂ ସହାୟକ ଗୋଷ୍ଠୀକୁ ରି-ଅର୍ଗାନାଇଜ କରାଯିବ। ଏହା ପର ମାସରେ ଜିପିଏଲଫ ଓ ସିଏଲଫ, ବିଏଲଏଫଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଯେଉଁମାନେ ୨ ଥର ୪ ବର୍ଷରୁ ଅଧିକ ସମୟ ରହିଛନ୍ତି, ସେମାନେ ଆଉ ରହିପାରିବେ ନାହିଁ। ସମସ୍ତେ ଜିପିଏଲର ନିର୍ବାଚନରେ ଭାଗ ନେଇପାରିବେ। ପୂର୍ବରୁ ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି, ସେମାନଙ୍କୁ ବାହାର କରି ନୂଆ ମହିଳାଙ୍କୁ ନିଯୁକ୍ତି ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା