ସଂଚାର ବ୍ୟୁରୋ:କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ।
ଗତକାଲି ଅତିରିକ୍ତ ଯୋଗାଣ ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଆଖି ଖୋସି ହେବା ପରି ସମ୍ପତ୍ତି ପାଇଥିଲା ଭିଜିଲାନ୍ସ। ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ତାଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଥିଲା। ହେଲେ ପ୍ରଦୀପ ଠୁଳ କରିଥିବା ସମ୍ପତ୍ତି ସଂପର୍କରେ ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିଲେ। ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ସୂଚନା ରହିଛି।