Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମେରୁଦଣ୍ଡ ଅସ୍ତ୍ରୋପଚାରକୁ ନେଇ ଆଦୌ ଭୟ କରନ୍ତୁ ନାହିଁ : ପ୍ରଫେସର ଶଙ୍କର ଆଚାର୍ଯ୍ୟ

Sanchar Live by Sanchar Live
September 9, 2024
in ଓଡିଶା
0
ମେରୁଦଣ୍ଡ ଅସ୍ତ୍ରୋପଚାରକୁ ନେଇ ଆଦୌ ଭୟ କରନ୍ତୁ ନାହିଁ : ପ୍ରଫେସର ଶଙ୍କର ଆଚାର୍ଯ୍ୟ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ଚିକିତ୍ସା ଓ ଅସ୍ତ୍ରୋପଚାର କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଅସ୍ତ୍ରୋପଚାର ପଦ୍ଧତି ଏବଂ ପ୍ରଶିକ୍ଷଣ ଯୋଗୁଁ ମେରୁଦଣ୍ଡ ଅସ୍ତ୍ରୋପଚାର ସଫଳ ହୋଇପାରୁଛି । ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ ବୋଲି କହିଛନ୍ତି ବିଶିଷ୍ଟ ସ୍ପାଇନ୍ ସର୍ଜନ୍ ପ୍ରଫେସର (ଡାକ୍ତର) ଶଙ୍କର ଆଚାର୍ଯ୍ୟ ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଆସୋସିଏସନ୍ ଅଫ୍ ସ୍ପାଇନ୍ ସର୍ଜନ୍‌ସ ଅଫ୍ ଇଣ୍ଡିଆ (ଏଏସ୍‌ଏସ୍‌ଆଇ) ପକ୍ଷରୁ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଫେସର ଆଚାର୍ଯ୍ୟ ମେରୁଦଣ୍ଡ ଅସ୍ତ୍ରୋପଚାରକୁ ନେଇ ଆଦୌ ଭୟ ନ କରିବାକୁ ପରାମର୍ଶ ଦେଇଛନ୍ତି ।

ନୂଆଦିଲ୍ଲୀ ସ୍ଥିତ ସାର୍ ଗଙ୍ଗାରାମ ହସ୍ପିଟାଲ୍‌ର ସ୍ପାଇନ୍ ସର୍ଜରୀ ବିଭାଗର ମୁଖ୍ୟ ପ୍ରଫେସର ଆଚାର୍ଯ୍ୟ ଏହି ଅବସରରେ କହିଛନ୍ତି ଯେ ଏହି ଅସ୍ତ୍ରୋପଚାର ବେଶ ଫଳପ୍ରଦ ଓ ସୁରକ୍ଷିତ । ବର୍ତମାନ ଯୁବକଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଠାରେ ମେରୁଦଣ୍ଡ ଜନିତ ସମସ୍ୟା ଦେଖାଦେଉଥିବା ବେଳେ ଜୀବନଶୈଳୀରେ ପରିବର୍ତନ, ଖାଦ୍ୟ ଗ୍ରହଣ କରିବାରେ ଅନିୟମିତତା ଏବଂ ଶାରିରୀକ ବ୍ୟାୟାମରେ ଅବହେଳା ଯୋଗୁଁ ମେରୁଦଣ୍ଡ ଜନିତ ସମସ୍ୟା ଦେଖା ଦେଉଛି ବୋଲି ସେ କହିଛନ୍ତି । ପୁଷ୍ଟିହୀନତା ଏବଂ ମଧୁମେହ ଜନିତ ସମସ୍ୟା ମଧ୍ୟ ମେରୁଦଣ୍ଡରେ ସଂକ୍ରମଣର ଅନ୍ୟ ଏକ ପ୍ରମୁଖ କାରଣ ବୋଲି ସେ କହିଛନ୍ତି ।

ତେବେ ମେରୁଦଣ୍ଡରେ ଦୁର୍ଘଟଣା ଜନିତ ଆଘାତ କଷ୍ଟକର ପରିସ୍ଥିତି ସୃଷ୍ଟି କରୁଛି ବୋଲି ଉଦ୍‌ବେଗ ପ୍ରକାଶ କରିଛନ୍ତି ପ୍ରଫେସର ଆଚାର୍ଯ୍ୟ । ରାସ୍ତା ଦୁର୍ଘଟଣାର ଶିକାର ହେବା ପରେ ଅନେକ କ୍ଷେତ୍ରରେ ମେରୁଦଣ୍ଡରେ ଆଘାତ ସମସ୍ୟାର କାରଣ ହେଉଛି । ବିଶେଷ ଭାବରେ ଯୁବପିଢ଼ିଙ୍କ ନିକଟରେ ଏହି ବିପଦ ବେଶୀ ଦେଖାଦେଉଥିବା ବେଳେ ବେପରୁଆ ଗାଡ଼ି ଚାଳନା ଏହାର ମୁଖ୍ୟ କାରଣ ପାଲଟିଛି । ତେଣୁ ଟ୍ରାଫିକ ନିୟମ ପାଳନ କରିବା ଦିଗରେ ସଚେତନତା ସୃଷ୍ଟି ହେବା ଆବଶ୍ୟକ ବୋଲି ସେ କହିଥିଲେ । ସେପ୍ଟେମ୍ବର ପ୍ରଥମ ସପ୍ତାହକୁ ମେରୁଦଣ୍ଡ ଆଘାତ ନିରାକରଣ ସପ୍ତାହ ଭାବେ ପାଳନ କରାଯାଉଛି ବୋଲି ସେ କହିଛନ୍ତି ।

ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର କହିଥିଲେ ଯେ ଏହି ପ୍ରଶିକ୍ଷଣ ଶିବିରରେ କିଭଳି ସୁବିଧାରେ ଓ କମ୍ ସମୟରେ ହସ୍ପିଟାଲ୍‌ରେ ରହି ମେରୁଦଣ୍ଡର ଅସ୍ତ୍ରୋପଚାର କରାଯାଇପାରିବ ସେ ଦିଗରେ ପ୍ରଶିକ୍ଷଣ ଦିଆଯାଉଛି ।

କାର୍ଯ୍ୟକ୍ରମର ଅର୍ଗାନାଇଜିଂ ସେକ୍ରେଟାରୀ ତଥା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଅର୍ଥୋପେଡିକ୍ ବିଭାଗର ଆସୋସିଏଟ୍ ପ୍ରଫେସର (ଡାକ୍ତର) ସୁବ୍ରତ ମହାପାତ୍ର କହିିଥିଲେ ଯେ ଏଥିରେ ଯୋଗ ଦେଇଥିବା ଯୁବ ଡାକ୍ତରମାନଙ୍କୁ ମେରୁଦଣ୍ଡ ଅସ୍ତ୍ରୋପଚାରର ନୂତନ ଓ ସୁରକ୍ଷିତ ପ୍ରକ୍ରିୟା ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶା ସ୍ପାଇନ୍ ସୋସାଇଟିର ଅଧ୍ୟକ୍ଷ ପ୍ରଫେସର (ଡାକ୍ତର) ମଦନମୋହନ ସାହୁ ଓ ଅର୍ଗାନାଇଜିଂ ଚେୟାରମ୍ୟାନ ଡାକ୍ତର ଅଭିଶେକ ଶ୍ରୀବାସ୍ତବ ଉପସ୍ଥିତ ଥିଲେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଡାକ୍ତର ସାମିଲ ହୋଇଥିଲେ ।

Tags: soa universityspine
ShareTweetShareSend
Sanchar Live

Sanchar Live

Next Post
କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.