Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ

Sanchar Live by Sanchar Live
September 18, 2024
in ଓଡିଶା
0
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ
0
SHARES
7
VIEWS
FacebookTwitter

ପୁରୀ : ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ପକ୍ଷରୁ ଆଜି 18 ସେପ୍ଟେମ୍ବର ଗୋଟିଏ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହି ନିରୀକ୍ଷଣ ଅନୁଷ୍ଠିତ ହେବ l ତେଣୁ ଆଜି ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ଥିଲll ସେ ଅନୁସାରେ, ଆଜି ରାତି 2 ଘ 50 ମି ରେ ଦ୍ଵାର ଫିଟା ନୀତି ଅନୁଷ୍ଠିତ ହୋଇଅଛି l ଏହି ସମୟରେ ନିଜେ ମୁଖ୍ୟ ପ୍ରଶାସକ ଉପସ୍ଥିତ ରହି ନୀତି ତ୍ୱରାନ୍ୱିତ କରିଥିଲେ l ଆଜିର ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଘ.1:00 ଣ୍ଟା ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ l

ଆଜିର  ନିରୀକ୍ଷଣରେ ଏଥିରେ  ASI ଏବଂ ଶ୍ରୀମନ୍ଦିର ପ୍ରଶାସନର 26 ଜଣିଆ ମିଳିତ ଟିମ୍ ସାମିଲ ହେବେ । ଏଥିସହିତ ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ ସର୍ବେକ୍ଷଣ କରିବାକୁ ବିଭିନ୍ନ ଯନ୍ତ୍ରପାତି ନେବାକୁ ASIକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି । ପ୍ରଥମତଃ ଏହି ସର୍ବେକ୍ଷଣ ସମ୍ପର୍କିତ ଉତ୍ତୋଳନ ହେଉଥିବା ଚିତ୍ର କିମ୍ବା ଭିଡିଓ କେବଳ ବୈଜ୍ଞାନିକ ଅନୁସନ୍ଧାନ ସକାଶେ ବ୍ୟବହାର କରାଯିବ, ଏହା କୌଣସି ମିଡିଆ କିମ୍ବା ସୋସିଆଲ୍ ମିଡିଆରେ ପ୍ରସାରିତ ହେବ ନାହିଁ । ଦ୍ବିତୀୟତଃ ବୈଜ୍ଞାନିକ ଯନ୍ତ୍ରପାତି ନେବା ବା ବ୍ଯବହାର ସମୟରେ ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରାକୁ ମଧ୍ୟ ସମ୍ମାନ ପ୍ରଦାନ କରାଯିବାକୁ ସର୍ତ୍ତ ରଖାଯାଇଛି ।

ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ  SOP ଅନୁସାରେ   ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରଣ ତଥା ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି l ତାପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ।  ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା l ଏହା  ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା l ପୂର୍ଣାଂଗ ଅତ୍ଯାଧୁନିକ ତଥା ବୈଷୟିକ ଯାଂଚ ପରେ ଏ.ଏସ୍.ଆଇ ରତ୍ନ ଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ, ଡ. ଅରବିନ୍ଦ ପାଢୀ ଅନୁରୋଧ କରିଛନ୍ତି।

Tags: asipuriratna bhandar
ShareTweetShareSend
Sanchar Live

Sanchar Live

Next Post
ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.