Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିର ପ୍ରଶାସନକୁ ପଠା ହେଲା ଅହିଂସା ଟସରରେ ପ୍ରସ୍ତୁତ ବାସୁଙ୍ଗା ପାଟ

Sanchar Live by Sanchar Live
June 5, 2025
in ଓଡିଶା
0
ଶ୍ରୀମନ୍ଦିର ପ୍ରଶାସନକୁ ପଠା ହେଲା ଅହିଂସା ଟସରରେ ପ୍ରସ୍ତୁତ ବାସୁଙ୍ଗା ପାଟ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀମନ୍ଦିର ପ୍ରଶାସନକୁ ପଠା ହେଲା ଅହିଂସା ଟସରରେ ପ୍ରସ୍ତୁତ ବାସୁଙ୍ଗା ପାଟ । ଓଡିଶା ସମବାୟ ଟସର ଓ ରେଶମ ମହାସଂଘ ବା ସେରିଫେଡ୍ କାର୍ଯ୍ୟାଳୟ ପରିସରରୁ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି । ଏହି କାର୍ଯ୍ୟକୁ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ, ପ୍ରଦୀପ ବଳ ସାମନ୍ତ ପତାକା ଦେଖାଇ ପ୍ରେରଣ କରିଥିଲେ । ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ କରିବା ପୂର୍ବରୁ ମାନ୍ୟବର ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଧୂପ, ଦୀପ, ପୂଜାର୍ଚ୍ଚନା କରି ବାସୁଙ୍ଗା ପାଟ ପ୍ରେରଣ କରିଥିଲେ । ବାସୁଙ୍ଗା ପାଟ ଏକ ପବିତ୍ର ଓ ଅତ୍ୟନ୍ତ ଶକ୍ତିଶାଳୀ ରେଶମ ଡୋର ଯାହା ଚତୁର୍ଦ୍ଧାମୁରତୀଙ୍କ ରଥଯାତ୍ରା ଓ ଅନ୍ୟାନ୍ୟ ପର୍ବପର୍ବାଣୀରେ ବ୍ୟବହୃତ ହୋଇଥାଏ ।

ଶ୍ରୀମନ୍ଦିରରେ ବିଗ୍ରହମାନଙ୍କର ବିଜୟ ଡୋରୀ, ପଇତା, ରାକ୍ଷୀ ଆଦି ତିଆରି କରିବାରେ ଏହାକୁ ବ୍ୟବହାର କରାଯାଇଥାଏ । ୧୯୮୧ ମସିହାରୁ ସେରିଫେଡ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଏହି ବାସୁଙ୍ଗା ପାଟ ଯୋଗାଇ ଆସୁଛି । ଚଳିତବର୍ଷ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ଯୋଗାଇ ଦିଆଯାଇଛି । ଏହି ବାସୁଙ୍ଗା ପାଟ ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ କରାଯାଇଥାଏ । ଏହା ମୁଖ୍ୟତଃ ଗଜପତି ଜିଲ୍ଲାର ମୋହନା ଓ ଆର. ଉଦୟଗିରୀ ବ୍ଲକର ଜନଜାତି ରେଶମ ଚାଷୀଙ୍କ ଦ୍ଵାରା ଉତ୍ପାଦିତ ହୋଇଥାଏ । ଏଥିରେ କୋରାପୁଟ ଜିଲ୍ଲାରୁ ସଂଗୃହୀତ କଇଥ ଫଳର ଅଠା ଲଗାଯାଇ ରଙ୍ଗାୟିତ କରାଯାଇଥାଏ ।

ଶ୍ରୀମନ୍ଦିର ପ୍ରଶାସନର ଆବଶ୍ୟକତା ଅନୁଯାୟୀ ବାସୁଙ୍ଗା ପାଟ ଡୋରୀ ଭାବରେ ପ୍ରସ୍ତୁତ କରି ମଧ୍ୟ ପ୍ରେରଣା କରାଯାଇଥାଏ । ଏହି ବାସୁଙ୍ଗା ପାଟକୁ କେବଳ ଶ୍ରୀମନ୍ଦିରର ଧାର୍ମିକ କାର୍ଯ୍ୟ ପାଇଁ ପ୍ରସ୍ତୁତ କରାଯାଉଥିବା ବେଳେ ଏହାର କୌଣସି ବାଣିଜ୍ୟିକ ବ୍ୟବହାର କରାଯାଇନଥାଏ । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ହସ୍ତଶିଳ୍ପ ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ, ସେରିଫେଡ ଅଧ୍ୟକ୍ଷ ଭାଗୀରଥି ନନ୍ଦ, ସେରିଫେଡ ପରିଚାଳନା ନିର୍ଦ୍ଦେଶକ ବିକ୍ରମାଦିତ୍ୟ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

Tags: odishapuri
ShareTweetShareSend
Sanchar Live

Sanchar Live

Next Post
ପୁଣି ଥରେ ଲକ୍ଷେ ଟଙ୍କା ପାର୍‌ କଲା ସୁନା ଦର

ପୁଣି ଥରେ ଲକ୍ଷେ ଟଙ୍କା ପାର୍‌ କଲା ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.