ସଂଚାର ବ୍ୟୁରୋ: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଫୋନରେ କଥା ହେଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ଭାରତକୁ ଦୃଢ଼ ସମର୍ଥନ ଜଣାଇ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ପୁତିନ ଦୃଢ଼ ନିନ୍ଦା କରିଛନ୍ତି। ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇକୁ ପୁରା ସମର୍ଥନ ଜଣାଇଛନ୍ତି ପୁଟିନ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ପୁଟିନ କହିଛନ୍ତି, ପହଲଗାମ ଆତଙ୍କବାଦୀ ଆକ୍ରମଣର ଅପରାଧୀ ଏବଂ ସେମାନଙ୍କ ସମର୍ଥକମାନଙ୍କୁ ଉଚିତ ଜବାବ ଦିଆଯିବା ଦରକାର।