ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି । ଆଜି ଠାରୁ ପୂରା ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି ବର୍ଷା ପାଇଁ କୋରାପୁଟ, ମାଲକାନଗିରି,ନବରଙ୍ଗପୁର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବର୍ଷା ବେଳେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ଏପ୍ରିଲ ୨ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
୪ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ତେବେ ଏପ୍ରିଲ ୫ରେ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏପ୍ରିଲ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଏପ୍ରିଲ ୫ ପର୍ଯ୍ୟନ୍ତ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଛତିଶଗଡ଼ରୁ ମଧ୍ୟପ୍ରଦେଶ ବିଦର୍ଭ ପର୍ଯ୍ୟନ୍ତ ଲମ୍ବିଛି ଟ୍ରପ୍ ଲାଇନ । ଏହାର ପ୍ରଭାବରେ ବର୍ଷା ହେବ ।