ଆଜିଠୁ ପ୍ରବଳ ବର୍ଷା । କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ତତସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ଭାରି ଓ ବିସ୍ତୃତି ବର୍ଷାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ ବଲାଙ୍ଗୀରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଙ୍ଗ । ୧୫ ତାରିଖ ଯାଏ ଅତି ପ୍ରବଳ ବର୍ଷା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

