Monday, December 15, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
August 11, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି
0
SHARES
16
VIEWS
FacebookTwitter

ମେଷ : ଘାତବାର ଓ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ମାନସିକ ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ।

ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କର ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା, ବଚନରେ ଶୁଦ୍ଧତା ଓ ସମସ୍ତ କର୍ମରେ ସ୍ୱଚ୍ଛତା, ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ପଞ୍ଚମ ଚନ୍ଦ୍ର, ସକାଳ ୫ଟା ୪୯ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶିଖର ଛୁଇଁବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୧୨, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସହ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ରବିବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବେ । ଯେଉଁମାନଙ୍କର ମଘା ଓ ଉତ୍ତର ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବକେୟା ଧନ ଏବଂ ହୃତଧନ ଫେରିପାଇବେ । ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିନ୍ତୁ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଶ୍ରୀଚନ୍ଦ୍ର ଯୋଗୁ, ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହ ସୁସମ୍ପର୍କ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ: ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ନୂତନ ଆୟର ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୭, ଆରାଧନା : ମା’ ଧୂମାବତୀ ।

ମକର : ଦଶମ ଚନ୍ଦ୍ର, ଷଷ୍ଠୀ ତିଥି ଯୋଗୁ ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତିର ଖବର ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ଦେହ ଓ ମନ ସୁସ୍ଥ ରହିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

କୁମ୍ଭ : ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ଆଶ୍ରୟ ମିଳିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା :ମା’ ଭୈରବୀ ।

ମୀନ : ଅଷ୍ଟମ ଚନ୍ଦ୍ର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୩, ଆରାଧନା : ମା’ ତାରା ।

Tags: life stylerashi fala
ShareTweetShareSend
Sanchar Live

Sanchar Live

Next Post
ଆଜି ପ୍ଯାରିସ ଅଲିମ୍ପିକ୍ସର ଉଦଯାପନୀ ଉତ୍ସବ

ଆଜି ପ୍ଯାରିସ ଅଲିମ୍ପିକ୍ସର ଉଦଯାପନୀ ଉତ୍ସବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି
  • କେଉଁଠୁ ଆସୁଛି ବନ୍ଧୁକ ? ବଢ଼ିଲାଣି ଚିନ୍ତା
  • କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ
  • ସୋମବାର ଏହି ରାଶି ଉପରେ ରହିବ ଶିବଙ୍କ କୃପା
  • କେଉଁ ବୟସରେ ଛୁଆଙ୍କୁ ଦେବେ ନନ୍-ଭେଜ୍ ? ଜାଣନ୍ତୁ ସଠିକ୍ ବୟସ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.