Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାଣନ୍ତୁ ଏଥର ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

Sanchar Live by Sanchar Live
January 21, 2025
in ଓଡିଶା
0
ଜାଣନ୍ତୁ ଏଥର ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ
0
SHARES
25
VIEWS
FacebookTwitter

ଭୁବନେଶ୍ବର: ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି। ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବାକୁ ଓଡ଼ିଶା ସରକାର ମଧ୍ୟ ପ୍ରସ୍ତୁତି ଜାରି ରଖିଛନ୍ତି। ଭୁବନେଶ୍ବରରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ରାଜ୍ୟପାଳ ପତାକା ଉତ୍ତୋଳନ କରିବେ। ଜିଲ୍ଲା ମୁଖ୍ୟାଳୟରେ କେଉଁମାନେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଆୟୋଜିତ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ। ଏହି ଅବସରରେ ସେ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିବେ। ପୁରୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ।

ସେହିପରି ସୁନ୍ଦରଗଡ଼ରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ‌ସୋନପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, କୋରାପୁୁଟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଗତସିଂହପୁୁରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଯାଜପୁରରେ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାୟଗଡ଼ାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ବରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁୁଣ୍ଟିଆ, ନୂଆପଡ଼ାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଢେଙ୍କାନାଳରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମାଲକାନଗିରିରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ନୟାଗଡ଼ରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ।

କେନ୍ଦ୍ରାପଡ଼ା, ବ୍ରହ୍ମପୁର ଓ ରାଉରକେଲରେ ଆରଡିସି ପତାକା ଉତ୍ତୋଳନ କରିବେ। ସେହିପରି ଅନୁଗୁଳ, ବାରିପଦା, ବରଗଡ଼, ଗଦ୍ରକ, ବଲାଙ୍ଗୀର,, ବୌଦ୍ଧ, ଦେବଗଡ଼, ଛତ୍ରପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଓ ଫୁଲବାଣୀରେ ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।

Tags: odishaRepublic day
ShareTweetShareSend
Sanchar Live

Sanchar Live

Next Post
ରାତ୍ରି ଭୋଜନ ପରେ ଚା’ ପିଉଛନ୍ତି କି? ଜାଣନ୍ତୁ ଏହା ସ୍ୱାସ୍ଥ୍ୟ ଉପରେ କି ପ୍ରଭାବ ପକାଏ

ରାତ୍ରି ଭୋଜନ ପରେ ଚା’ ପିଉଛନ୍ତି କି? ଜାଣନ୍ତୁ ଏହା ସ୍ୱାସ୍ଥ୍ୟ ଉପରେ କି ପ୍ରଭାବ ପକାଏ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.