Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆବଣ୍ଟିତ ହେଲା ଜିଲ୍ଲା, ଗସ୍ତ କରିବେ ସଚିବ

Sanchar Live by Sanchar Live
September 4, 2024
in ଓଡିଶା
0
ଆବଣ୍ଟିତ ହେଲା ଜିଲ୍ଲା, ଗସ୍ତ କରିବେ ସଚିବ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣିଥରେ ଜିଲ୍ଲା ଗସ୍ତରେ ଯିବେ ସଚିବ । ୩୦ ଜିଲ୍ଲା ପାଇଁ ୩୦ ସଚିବଙ୍କ ନାମ ପ୍ରସ୍ତୁତ ହୋଇଛି । ପ୍ରାୟ ଦୁଇବର୍ଷ ପରେ ସଚିବମାନେ ପୁଣିଥରେ ଚଳିତ ମାସରୁ ଜିଲ୍ଲା ଗସ୍ତରେ ଯିବେ । ସେମାନଙ୍କୁ ଆଜି ଜିଲ୍ଲା ଆବଂଟିତ ହୋଇଛି । ପ୍ରତିମାସରେ ‘ସଚିବମାନଙ୍କୁ ଆବଂଟିତ ଜିଲ୍ଲା’ ବଦଳିବ । ବିଜେଡି ସରକାରରେ ‘ଭିକେ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ’ ପାଇଁ ସଚିବମାନଙ୍କ ଜିଲ୍ଲା ଗସ୍ତ ଉପରେ ଅଘୋଷିତ କଟକଣା ଜାରି ହୋଇଥିଲା । ତେବେ ରାଜ୍ୟରେ ବିଜେପି ସରକାର ଆସିବା ପରେ ଗତ ଅଗଷ୍ଟ ୨୪ତାରିଖରେ ‘ପୁଣି ଜିଲ୍ଲା ଗସ୍ତରେ ଯିବେ ସଚିବ’ ଶୀର୍ଷକ ଏକ ତଥ୍ୟଭିତ୍ତିକ ଖବର ‘ଓଡ଼ିଶା ରିପୋର୍ଟର’ ପ୍ରକାଶ କରିଥିଲା ।

ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗ ଆଜି ସମସ୍ତ ବିଭାଗର ସଚିବ ଓ ଅନ୍ୟ ୮ଜଣ ନିର୍ଦ୍ଦେଶକ ପାହ୍ୟାର ଅଫିସରଙ୍କୁ ଚିଠି ଲେଖି ଜିଲ୍ଲା ଗସ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବରିଷ୍ଠ ଆଇଏଏସ୍ ଅଫିସରମାନଙ୍କୁ ଆବଂଟିତ ଜିଲ୍ଲାକୁ ପରିଦର୍ଶନ କରିବା ପାଇଁ ୨-୩ଦିନର ଯୋଜନା ପ୍ରସ୍ତୁତ କରିବା ସହ ଅନ୍ୟ ୧୧ଟି ଦିଗ ଉପରେ ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି ।

ଏହି ଆଇଏଏସ୍ ଅଫିସରମାନଙ୍କୁ ଆବଂଟିତ ଜିଲ୍ଲାର ଯେକୌଣସି ସ୍ଥାନକୁ ନିଜ ଇଚ୍ଛା ଅନୁସାରେ ପରିଦର୍ଶନରେ ଯାଇପାରିବେ । ତେବେ ଏଥିରେ ଅପହଂଚ ଓ ଆଦିବାସୀ ବହୁଳ ଅଂଚଳକୁ ସାମିଲ କରିବାକୁ କୁହାଯାଇଛି । ଗସ୍ତ ସମୟରେ ସେମାନେ ଯେକୌଣସି ଗୋଟିଏ ପଂଚାୟତକୁ ପରିଦର୍ଶନ କରି ସେଠାରେ ସରକାରଙ୍କ ବିଭିନ୍ନ ଯୋଜନାରେ ମୌଳିକ ସୁବିଧାଗୁଡ଼ିକ କିଭଳି ଉପଲବ୍ଧ ହେଉଛି ତାହା ତଦାରଖ କରିବେ । ଏହାସହିତ ଦିନକୁ ଅତିକମରେ ଧାର୍ଯ୍ୟ ମୂଲ୍ୟଦେଇ ଆହାର କେନ୍ଦ୍ର, ଆବାସିକ ଛାତ୍ରାବାସ, ସ୍କୁଲ ମଧ୍ୟାହ୍ନଭୋଜନ ଅବା ଅନାଥ ଆଶ୍ରମରେ ଭୋଜନ କରି ଖାଦ୍ୟର ଗୁଣବତ୍ତା ଓ ସେଠାକାର ପରିବେଶ ପରିସ୍ଥିତି ଉପରେ ଦୃଷ୍ଟି ଦେବେ । ଏହି ସମୟରେ ସେମାନେ ଛାତ୍ରଛାତ୍ରୀ ଓ ଅନ୍ତେବାସୀଙ୍କ ସହ ଆଲୋଚନା କରି ସେଠାରେ ଉପଲବ୍ଧ ସୁରକ୍ଷା, ସୁବିଧାସୁଯୋଗ ଓ ସେମାନଙ୍କ ପ୍ରତି କରାଯାଉଥିବା ଆଚରଣ ପଚାରି ବୁଝିବେ ।

କେବଳ ସେତିକି ନୁହେଁ ଜିଲ୍ଲା ଗସ୍ତବେଳେ ବିଭିନ୍ନ ବର୍ଗର ଲୋକ, ହସ୍ପିଟାଲରେ ଚିକିତ୍ସିତ ରୋଗୀ, ଅଙ୍ଗନୱାଡ଼ି ହିତାଧିକାରୀ, ସ୍କୁଲ ଓ ହଷ୍ଟେଲର ଛାତ୍ରୀମାନଙ୍କ ସହ କଥାବାର୍ତ୍ତା କରିବେ । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନାର ସମୀକ୍ଷା କରିବା ସହ ଜିଲ୍ଲାରେ ଥିବା ବନ୍ଦର, ବିମାନ ବନ୍ଦର, ଶିଳ୍ପ କାର୍କ ଓ କରିଡୋର, ମେଡିକାଲ କଲେଜ, ବୃହତ୍ ଜଳସେଚନ ପ୍ରକଳ୍ପଗୁଡ଼ିକ ଓ ନୂଆ ପ୍ରକଳ୍ପ ଆଦିର ସମୀକ୍ଷା ମଧ୍ୟ କରିବେ । ଜିଲ୍ଲାରେ ଯଦି ଟ୍ରେନି ଆଇଏଏସ୍ ଥିବେ ସେମାନଙ୍କ ସହ ମଧ୍ୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ।

 

Tags: odishasecretary
ShareTweetShareSend
Sanchar Live

Sanchar Live

Next Post
ଜନ ପ୍ରତିନିଧି ହିସାବରେ ଯେଉଁଠି ଅସୁବିଧା ଆସିବ ସେହି ଅଫିସରେ ପଶିବୁ : ସୋଫିଆ

ଜନ ପ୍ରତିନିଧି ହିସାବରେ ଯେଉଁଠି ଅସୁବିଧା ଆସିବ ସେହି ଅଫିସରେ ପଶିବୁ : ସୋଫିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.