ସଂଚାର ବ୍ୟୁରୋ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜୀବନ୍ତ ଜଳିଗଲେ ଦୁଇ ଡ୍ରାଇଭର । ୫୩ ନମ୍ବର ଜାତୀୟ ରାଜପଥ କଦଳୀପାଳ ନିକଟରେ କଣ୍ଟେନର ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲାଯେ ଘଟଣାସ୍ଥଳରେ ହିଁ ଉଭୟ ଗାଡ଼ି ହୁତୁହୁତୁ ହୋଇଜଳିଥିଲା । ଫଳରେ ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗାଡ଼ିରୁ ନିଆଁ ଲିଭାଇଛି । ଦୁର୍ଘଟଣା ଯୋଗୁ ରାସ୍ତାର ଉଭୟ ପାର୍ଶ୍ବରେ ଶହଶହ ଗାଡ଼ି ଅଟକି ରହିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଖାଲି କରିବା ସହ ତଦନ୍ତ କରୁଛି ।