ସଂଚାର ବ୍ୟୁରୋ: ପବିତ୍ର ସ୍ବାଧୀନତା ଦିବସ ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ବରସ୍ଥିତ ଶଙ୍ଖ ଭବନରେ ଆୟୋଜିତ ଉତ୍ସବରେ ନବୀନ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଜାତିର ଜନକ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ ଏବଂ ବିଜୁ ବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ସମ୍ମାନ ଜଣାଇଥିଲେ ନବୀନ।