ସଂଚାର ବ୍ୟୁରୋ: ମା’ ସମଲେଇଙ୍କ ମନ୍ଦିରରେ ପହଞ୍ଚିଲା ନୂଆଁଧାନ ବା ସରିଆ ଧାନ । ମାଙ୍କଠାରେ ଲାଗି ହେବାକୁ ଥିବା ନବାନ୍ନ ପାଇଁ ଏହି ନୂଆ ସରିଆ ଧାନ ବଲବସପୁର ଅଞ୍ଚଳର ସୁବାସ ବେହେରା ଓ ତାଙ୍କ ପରିବାର ମୁଖ୍ଯ ପୂଜକଙ୍କୁ ପ୍ରଦାନ କରିଛନ୍ତି । ଏହି ନୂଆଧାନକୁ ଗଣେଶ ପୂଜା ଦିନ ପୂଜକଙ୍କ ପରିବାର ଯତ୍ନ ସହକାରେ ସଫା କରିବେ l ଏହା ପରେ କେଣ୍ଡାରୁ ଧାନ ଅଲଗା କରି ତାକୁ ଭାଜି ଚାଉଳ ବାହାର କରିବେ। ପରେ ଗୁଡ ଓ ଘିଅ ଦେଇ ନବାନ୍ନ ପ୍ରସ୍ତୁତ କରିବେ । ୬୦ ଦିନରେ ଉତ୍ପାଦନ ହେଉଥିବା ଧାନ ପାଇଁ ସୁବାସ ବେହେରାଙ୍କ ପରିବାର ବହୁ ପୂର୍ବରୁ ଚାଷରେ ଲାଗି ପଡିଥାନ୍ତି । ପ୍ରତିବର୍ଷ ସୁବାସ ବେହେରାଙ୍କ ପରିବାର ଏହି ଧାନ ଯୋଗାଇ ଆସୁଛନ୍ତି ।