Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

Sanchar Live by Sanchar Live
October 7, 2024
in ଓଡିଶା
0
ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
0
SHARES
20
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୋମବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଦୈନିକ ଚାରି ଚକିଆ ଯାନ କଳିଆଣି ତନଖି ଫାଟକ (ଯଶିପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବ ବୋଲି ସ୍ଥିରୀକୃତ ହୋଇଛି। ସେହିପରି ଏଥର ତାଳବନ୍ଧ, ଜାମୁଆଣି ଓ ଗୁଡୁଗୁଡିଆ ସକାଳ ୫.୩୦ ଓ ଅପରାହ୍ନ ୩ଟା ରେ ନୂତନ ୩୫ଟି ଖୋଲା ଜିପ୍ ବା ସଫାରୀ ଗାଡିରେ ୫ଘଣ୍ଟା ଲେଖାଏଁ ବୁଲିବାର ମଜା ନେବେ ପର୍ଯ୍ୟଟକ।

ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ପ୍ରତି ପର୍ଯ୍ୟଟକଙ୍କ ପିଚ୍ଛା ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇଥିବା ବେଳେ, ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ୱଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ପର୍ଯ୍ୟଟକମାନେ ନେବା ଉପରେ କଟକଣା ଜାରି କରାଯାଇଛି। ଶିମିଳିପାଳରେ ଥିବା ଯାତ୍ରୀ ନିବାସ ଗୁଡିକରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକ ମାନେ (www.ecotourism.com) ୱେବସାଇଟରେ ଅଗ୍ରୀମ ବୁକିଂ କରି ପାରିବେ।

ପ୍ରତି ବର୍ଷ ବର୍ଷାଋତୁ ଯୋଗୁଁ ଜୁନ ମାସ ୧୫ ତାରିଖରେ ଶିମିଳିପାଳ ବନ୍ଦ ହୋଇଥାଏ ଏବଂ ନଭେମ୍ବର ପହିଲାରେ ଖୋଲିଥାଏ। ତେବେ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଗତ ବର୍ଷ ଅକ୍ଟୋବର ୧୪ରୁ ଖୋଲିଥିଲା । ସେହିପରି ଚଳିତ ବର୍ଷ ୧୦ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲୁଛି। ଉକ୍ତ ଜୈବମଣ୍ଡଳରେ ପ୍ରାଣୀ, ପକ୍ଷୀ ଓ ସରୀସୃପଙ୍କ ପାଇଁ ଆବଶ୍ୟକୀୟ ବାତାବରଣ, ସନ୍ତୁଳିତ ପରିବେଶ, ଭୌଗଳିକ ସ୍ଥିତିର ଭିନ୍ନତାରେ ପର୍ଯ୍ୟାପ୍ତ ସବୁଜିମା ବୃକ୍ଷରାଜି ରହିଛି। ଯେଉଁଥିପାଇଁ ଏହା ଭାରତର ବାଘ, ଏସୀୟ ହାତୀ ଓ ଗୟଳ ପରି ତିନି ପ୍ରଜାତି ପ୍ରାଣୀର ବୃହତ୍ତ ବାସସ୍ଥଳୀ ହୋଇପାରିଛି। ଏଥିସହିତ ଏହି ଜୈବମଣ୍ଡଳରେ ହଜାରେ ପ୍ରଜାତିର ସପୁଷ୍ପକ ଉଦ୍ଭଦ ସହିତ ୧୦୪ ପ୍ରଜାତିର ଅର୍କିଡ୍ ଓ ବରେହିପାଣି, ଯୋରନ୍ଦା,ଉସକି, ଦେବକୁଣ୍ଡ, ସୀତାକୁଣ୍ଡ ଆଦି ଜଳପ୍ରପାତ ପ୍ରକୃତିପ୍ରେମୀଙ୍କୁ ଆକୃଷ୍ଟ କରିଥାଏ।

Tags: MayurbhanjaSimilipala
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ପ୍ରକାଶ ପାଇବ ହରିୟାଣା ଓ ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ

ଆସନ୍ତାକାଲି ପ୍ରକାଶ ପାଇବ ହରିୟାଣା ଓ ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.