Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସିଲା ଇଣ୍ଡିଆ ରାଙ୍କିଂ ୨୦୨୪ ତାଲିକା, ସୋଆ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

Sanchar Live by Sanchar Live
August 12, 2024
in ଓଡିଶା
0
ଆସିଲା ଇଣ୍ଡିଆ ରାଙ୍କିଂ ୨୦୨୪ ତାଲିକା, ସୋଆ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଆସିଲା ଇଣ୍ଡିଆ ରାଙ୍କିଂ ୨୦୨୪ ତାଲିକା । ଦେଶର ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକୁ ଏଥିରେ ରାଙ୍କି କରାଯାଇଥିବାବେଳେ ଚଳିତ ବର୍ଷ ୧୬ଟି କ୍ୟାଟେଗୋରୀରେ ରାଙ୍କିଂ କରାଯାଇଛି । ଓଭରଅଲ୍ କାଟେଗୋରୀରେ ଓଡ଼ିଶାର ରହିଛି ୩ ଅନୁଷ୍ଠାନ ।  ଏଥିରେ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ । ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ରାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ରାଙ୍କିଙ୍ଗର ନବମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪ ତମ ସ୍ଥାନ ହାସଲ କରି ସୋଆ ଗୋଟିଏ ପାହାଚ ଉପରକୁ ଉଠିଛି । ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ରାଙ୍କିଙ୍ଗ ଘୋଷଣା କରାଯାଇଛି ।

ଗତବର୍ଷ ସୋଆ ଦେଶରେ ୧୫ ତମ ରାଙ୍କ ହାସଲ କରିଥିଲା । ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନ୍‌ଆଇଆର୍‌ଏଫ୍ ରାଙ୍କିଙ୍ଗସ୍‌ର ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରାଜ୍ୟ ଶିକ୍ଷାମନ୍ତ୍ରୀ ଶ୍ରୀ ସୁକାନ୍ତ ମଜୁମ୍‌ଦାର ଉପସ୍ଥିତ ଥିଲେ ।

ସେହିପରି ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଗତବର୍ଷର ର‌୍ୟାଙ୍କିଙ୍ଗ ଠାରୁ ଦୁଇଟି ସ୍ଥାନ ଉପରକୁ ଯାଇ ସୋଆ ଏଥର ୨୪ ତମ ସ୍ଥାନ ହାସଲ କରିଛି ।୨୦୧୬ ମସିହାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୯ ବର୍ଷ ଧରି ଆୟୋଜିତ ହେଉଥିବା ଏନ୍‌ଆଇଆର୍‌ଏଫ୍ ରାଙ୍କିଙ୍ଗରେ ଦେଶର ଶ୍ରେଷ୍ଠ ୨୫ଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ନିଜ ସ୍ଥାନ ବଜାୟ ରଖିଛି ସୋଆ । ସେଥି ମଧ୍ୟରୁ ୭ ଥର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସାମିଲ୍ କରି ପାରିଛି ସୋଆ ।

ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ କ୍ୟାଟେଗୋରିରେ ଗତ ବର୍ଷ ୨୭ ତମ ର‌୍ୟାଙ୍କ ହାସଲ କରିଥିବା ବେଳେ ଚଳିତ ବର୍ଷ ଏଥିରେ ଉନ୍ନତି ଘଟି ୨୬ ତମ ସ୍ଥାନରେ ପହଂଚିଛି । ମେଡିକାଲ୍ ସାଇନସେସ୍ କ୍ୟାଟେଗୋରିରେ ଦେଶରେ ସୋଆ ୨୧ ତମ, ଡେଂଟାଲ୍ ଏବଂ ଲ’ କ୍ୟାଟେଗୋରିରେ ନବମ ସ୍ଥାନରେ ରହିଛି । ସେହିପରି ମ୍ୟାନେଜମେଂଟ ସାଇନସେସ୍ କ୍ୟାଟେଗୋରିରେ ୬୨ତମ ଏବଂ ରିସର୍ଚ୍ଚ କ୍ୟାଟେଗୋରିରେ ୫୦ ତମ ସ୍ଥାନ ହାସଲ କରିଛି ସୋଆ ।

ସୋଆର ଦୁଇଟି ଶିକ୍ଷାନୁଷ୍ଠାନ ଫାକଲ୍ଟି ଅଫ୍ ଲ (ସୋଆ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଲ) ଏବଂ ଫାକଲ୍ଟି ଅଫ୍ ଡେଂଟାଲ୍ ସାଇନସେସ୍ (ଇନଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍‌) ନବମ ସ୍ଥାନ ହାସଲ କରି ଟପ୍ ଟେନ୍ ତାଲିକାରେ ରହିଛନ୍ତି । ସୋଆ ୨୦୨୨ରେ ନ୍ୟାସନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନସିଲ୍ (ନାକ୍‌) ଦ୍ୱାରା ସର୍ବାଧିକ ଏ ++ ଗ୍ରେଡ୍ ହାସଲ କରି ପୁନଃ ସ୍ୱୀକୃତି ଲାଭ କରିଥିଲା ।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଅବସରରେ ଖୁସି ବ୍ୟକ୍ତ କରିବା ସହ ବିଶ୍ୱବିଦ୍ୟାଳୟର ଫାକଲ୍ଟି, ଗବେଷକ ଏବଂ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ସୋଆକୁ ଆହୁରି ଉଚ୍ଚକୁ ନେବା ନିମନ୍ତେ ସେମାନଙ୍କର ଏହି ଉଦ୍ୟମକୁ ଜାରି ରଖିବା ନିମନ୍ତେ ପ୍ରୋତ୍ସାହିତ କରିଛନ୍ତି ।

ସୋଆର କୂଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ବିଶ୍ୱବିଦ୍ୟାଳୟର ଏହି ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ବିଶ୍ୱବିଦ୍ୟାଳୟକୁ ଆଗାମି ୫ ବର୍ଷ ମଧ୍ୟରେ ଦେଶର ଶ୍ରେଷ୍ଠ ୧୦ଟି ବିଶ୍ୱବିଦ୍ୟାଳୟ ତାଲିକାରେ ସ୍ଥାନିତ କରିବା ପାଇଁ କଠିନ ପରିଶ୍ରମ ଜାରି ରଖିବା ନିମନ୍ତେ ଆହ୍ୱାନ ଦେଇଛନ୍ତି ।

 

Tags: india ranking 2024soa
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଶିରିଡ଼ି ସାଇବାବାଙ୍କ ସମ୍ପର୍କରେ କିଛି ଅଜଣା କଥା

ଜାଣନ୍ତୁ ଶିରିଡ଼ି ସାଇବାବାଙ୍କ ସମ୍ପର୍କରେ କିଛି ଅଜଣା କଥା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.