Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୋଆର ନର୍ସିଂ ଏବଂ ଡେଂଟାଲ ସାଇନସେସ୍‌ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍‌ କାର୍ଯ୍ୟକ୍ରମ ଆୟୋଜିତ

Sanchar Live by Sanchar Live
September 19, 2024
in ଓଡିଶା
0
ସୋଆର ନର୍ସିଂ ଏବଂ ଡେଂଟାଲ ସାଇନସେସ୍‌ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍‌ କାର୍ଯ୍ୟକ୍ରମ ଆୟୋଜିତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍‌ ନର୍ସିଂ କଲେଜ (ଏସ୍‌ଏନ୍‌ସି) ଓ ଇନ୍‌ଷ୍ଟିଚ୍ୟଟ୍‌  ଅଫ୍‌ ଡେଂଟାଲ ସାଇନସେସ୍‌ (ଆଇଡିଏସ୍‌)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଏଠାରେ ଗୁରୁବାର ଏକ ସ୍ୱତନ୍ତ୍ର ଉତ୍ସବରେ ଉପାଧି ପ୍ରଦାନ କରାଯାଇଛି ।

ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୦-୨୦୨୩ ବ୍ୟାଚର ବିଏସ୍‌ସି (ନର୍ସିଂ), ପୋଷ୍ଟ ବେସିକ୍‌ ବିଏସ୍‌ସି ନର୍ସିଂ ଏବଂ ୨୦୨୧- ୨୩ ବ୍ୟାଚର ଏମଏସ୍‌ସି (ନର୍ସିଂ) ତଥା ୨୦୨୧- ୨୩ ବ୍ୟାଚର ଡିପ୍ଳୋମା ଇନ୍‌ ଡେଂଟାଲ ମେକାନିକସ୍‌ ଓ ଡେଂଟାଲ ସାଇନସ୍‌ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍‌ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ ।

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ପ୍ରଫେସର ନନ୍ଦ କହିଥିଲେ ଯେ ଗ୍ରହଣ କରିଥିବା ଶିକ୍ଷା ଯୋଗୁଁ  ସେମାନେ ସ୍ୱାସ୍ଥ୍ୟ ବିଜ୍ଞାନ ସହ ଯୋଡି ହୋଇଛନ୍ତି। ଶିକ୍ଷାର କେବେ ସମାପ୍ତ ହୁଏ ନାହିଁ। ଶୃଙ୍ଖଳା, କଠିନ ପରିଶ୍ରମ, ସଚ୍ଚୋଟତା, ସମୟାନୁବର୍ତିତା  ଓ ଉତମ ମନୋଭାବ ସବୁ ବେଳେ ଆଗକୁ ବଢିବାରେ ସାହାଯ୍ୟ କରେ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସେବିକାମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ । ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜୀବନରେ ଶ୍ରେଷ୍ଠ ଓ ମହତ୍ୱପୂର୍ଣ୍ଣ ଦିନ ହେଉଛି ଗ୍ରାଜୁଏସନ୍‌ କାର୍ଯ୍ୟକ୍ରମ ।  ନିଜର ଉନ୍ନତି  କରିବା ସହିତ ସମାଜର ହିତ କରିବା ପାଇଁ  ସବୁବେଳେ ଉତମ ମନୋଭାବ ରଖିବା ଜରୁରୀ ବୋଲି ସେ କହିଥିଲେ।

ଦେଶର ଶ୍ରେଷ୍ଠ ୧୪ତମ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ । ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ମାନକୁ ଉଚ୍ଚକୁ ନେବେ ବୋଲି ସେ ଆଶା ପ୍ରକାଶ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାନୁଷ୍ଠାନର ବ୍ରାଣ୍ଡ ଆମ୍ବାସାଡର ଭାବେ କାର୍ଯ୍ୟକରିବାକୁ ସେ ଆହ୍ୱାନ ଦେଇଥିଲେ । ଏହି ଅବସରରେ ଏସ୍‌ଏନ୍‌ସିର  ଡିନ୍‌ ପ୍ରଫେସର ପ୍ରଭାତୀ ତ୍ରିପାଠୀ ଓ ଆଇଡିଏସ୍‌ର ଡିନ୍‌ ପ୍ରଫେସର ନୀତା ମହାନ୍ତି ରିପୋର୍ଟ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ-କୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍‌ ଏଗ୍‌ଜାମିନେସନ୍‌ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ତଥା ଏକାଡେମିକ୍‌ କାଉନ୍‌ସିଲର ସଦସ୍ୟ ଓ ଫ୍ୟାକଲ୍ଟି ମେମ୍ବରମାନେ ଉପସ୍ଥିତ ଥିଲେ।

Tags: bhubaneswareducatonsoa university
ShareTweetShareSend
Sanchar Live

Sanchar Live

Next Post
କଞ୍ଚା ଅଣ୍ଡା ଖାଉଥିଲେ ସାବଧାନ!

କଞ୍ଚା ଅଣ୍ଡା ଖାଉଥିଲେ ସାବଧାନ!

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.