ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଖରାପ ହୋଇ ଠିଆ ହୋଇଥିବା ଏକ ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଫଳରେ ଟ୍ରକରେ ଥିବା ୩ ଜଣ ଚାପି ହୋଇ ରହିଥିଲେ। ସୋର ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋର ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରିବା ସହିତ ସୋର ମେଡ଼ିକାଲରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।
