ସଂଚାର ବ୍ୟୁରୋ: ଆଜି ଶ୍ରାବଣ ମାସର ଶେଷ ସୋମବାର। ଏଥିଲାଗି ରାଜ୍ୟର ଅଧିକାଂଶ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ପରିଲକ୍ଷିତ ହେଉଛି। ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ଭୋର ସମୟରୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ ତଥା ଶିବ ଭକ୍ତଙ୍କ ଲମ୍ୱାଧାଡି ବିଭିନ୍ନ ଶୈବପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି। ରାଜଧାନୀରେ ଲିଙ୍ଗରାଜ ମନ୍ଦିରରେ ଜଳଲାଗି କରୁଛନ୍ତି ଭକ୍ତ। ତେଣେ ପୁରୀର ଲୋକନାଥ ମନ୍ଦିର ଓ ନୟାଗଡ଼ର ଲଡ଼ୁବାବାରେ ମଧ୍ୟ କାଉଡିଆଙ୍କ ଗହଳି ପରିଲକ୍ଷିତ ହୋଇଛି।