ସଂଚାର ବ୍ୟୁରୋ: ବିଜେଡି ଛାଡ଼ିବାର କିଛି ସମୟ ପରେ ପଦ୍ମ ଧରିଲେ ସୁଜିତ କୁମାର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତରେ ସେ ବିଜେପିରେ ଯୋଗ ଦେଇଛନ୍ତି।
ବିଜେପିରେ ଯୋଗ ଦେବା ସୁଜିତ ବିଜେଡି ବିରୋଧରେ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନ ପୂର୍ବରୁ ରାଜ୍ୟସଭାରୁ କାଢ଼ି ଦିଆଯିବ ବୋଲି ମୋତେ ଧମକ ଦିଆଯାଇଥିଲା। ପଲିଟିକାଲ କ୍ୟାରିଅର ଶେଷ କରିଦିଆଯିବ କୁହାଯାଇଥିଲା। କଳାହାଣ୍ଡି ଆସି ଜଣେ ରାଜ୍ୟସ୍ତରୀୟ ନେତା ଏକଥା କହିଥିଲେ। ଏହି କଥା ମୋ ମୁହଁରେ କହିନଥିଲେ, ବରଂ ଦଳୀୟ ନେତାଙ୍କୁ ସେ କହିଥିଲେ। ମୋ ସାମ୍ନାରେ ଏକଥା କହିବାର ତାଙ୍କର ସାହସ ନଥିଲା। ନିର୍ବାଚନ ପରେ ମୁଁ ଏକଥା ଦଳର ସୁପ୍ରିମୋଙ୍କୁ ଜଣାଇଥିଲି।