ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି MLAଙ୍କ ସଭ୍ୟ ପଦ ରଦ୍ଦ ହେବ । ବିଧାୟକ ପଦ ହରାଇବେ ରମେଶ ଜେନା । ଏନେଇ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ କଲା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି । ରମେଶ ଜେନାଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ ପାଇଁ ଆବେଦନ କଲା କଂଗ୍ରେସ । ପଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡମା ଏବଂ ପିସିସି ସଭାପତି ଭକ୍ତ ଚରଣ ଦାସ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଛନ୍ତି । ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଲୋଚନା କରିଛନ୍ତି ।

