Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାମକୃଷ୍ଣ ଦାସମହାପାତ୍ରଙ୍କୁ ୭ ଦିନ ମଧ୍ୟରେ କୈଫିୟତ ତଲବ 

Sanchar Live by Sanchar Live
May 5, 2025
in ଓଡିଶା
0
ରାମକୃଷ୍ଣ ଦାସମହାପାତ୍ରଙ୍କୁ ୭ ଦିନ ମଧ୍ୟରେ କୈଫିୟତ ତଲବ 
0
SHARES
26
VIEWS
FacebookTwitter

ପଶ୍ଚିମବଙ୍ଗ ଦୀଘାରେ ନବ ନିର୍ମିତ ଜଗନ୍ନାଥ ମନ୍ଦିରରେ ପୂଜା ପାଉଥିବା ମହାପ୍ରଭୁଙ୍କ ଶ୍ରୀବିଗ୍ରହ ଦାରୁ କାଠରେ ନିର୍ମାଣକୁ ନେଇ ବିବାଦ ପ୍ରସଙ୍ଗ । ଶ୍ରୀମନ୍ଦିର ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ପାଇଁ ବଢ଼ିଲା ଅଡୁଆ ।  ରାମକୃଷ୍ଣ ଦାସମହାପାତ୍ରଙ୍କୁ ୭ ଦିନ ମଧ୍ୟରେ କୈଫିୟତ ତଲବ  କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।  ଯଦି ଏହି  ୭ ଦିନ ଭିତରେ ସନ୍ତୋଷଜନକ ଉତ୍ତର ନ ମିଳେ ତେବେ କଣ  ହେବ  ରାମକୃଷ୍ଣ ଦାସ ମହାପାତ୍ରଙ୍କ ଭାଗ୍ୟ ।  ତାଙ୍କ ଉପରେ କେଉଁ ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ  ପାଢ଼ୀ ତାହା ଉପରେ ସମସ୍ତଙ୍କ ନଜର ରହିଛି ।

ସେପଟେ ଗତକାଲି ନିଜର ଦ୍ବନ୍ଦ୍ବାତ୍ମକ ମନ୍ତବ୍ୟ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ  ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁଣ୍ଣ କରିବା ଅଭିଯୋଗରେ ରାମକୃଷ୍ଣଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଅରବିନ୍ଦ  ପାଢ଼ୀ । ନୋଟିସ ପାଇବାର ୭ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସମୟ ଦିଆଯାଇଛି ।  ଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି l  ପଶ୍ଚିମବଙ୍ଗ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇଥିଲେ ରାମକୃଷ୍ଣ ଦାସମହାପାତ୍ର ।  ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବଳକା ଦାରୁରେ ନିର୍ମିତ ମୂର୍ତ୍ତି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ସେ ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଥିବା ଅଭିଯୋଗ ହୋଇଥିଲା ।  ପରେ ଓଡ଼ିଶା ଗଣମାଧ୍ୟମରେ ସେ ଏହାକୁ ଖଣ୍ଡନ କରିଥିବା ସହ ଅନ୍ୟ ନିମ୍ବ କାଠରେ ବିଗ୍ରହ ନିର୍ମାଣ କରି ନେଇ ନିଜେ ତାକୁ ପ୍ରତିଷ୍ଠା କରିଥିବା କହିଥିଲେ ।

ନବକଳେବରରେ ସଂଗୃହୀତ ଦାରୁ ମଧ୍ୟରୁ ବଳକା ଦାରୁ ଶ୍ରୀମନ୍ଦିର “ଦାରୁଘର”ରେ ସଂରକ୍ଷିତ ରହିବାର ବିଧି ରହିଛି ।  ଆବଶ୍ୟକ ସମୟରେ କେବଳ ଶ୍ରୀଜିଉମାନଙ୍କ ବ୍ଯବହାରରେ ବିନିଯୋଗର ବିଧି ତଥା ପରମ୍ପରା ରହିଛି । ଜଣେ ଅଭିଜ୍ଞ ତଥା ବରିଷ୍ଠ ଦଇତାପତି ଭାବେ ରାମକୃଷ୍ଣ ଦାସ ମହାପାତ୍ର ଏଭଳି ବୟାନ ଦେବା ଦ୍ବାରା ଶ୍ରୀଜଗନ୍ନାଥ ପ୍ରେମୀ ଓ ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି  ସୃଷ୍ଟି ହୋଇଥିବା ନୋଟିସରେ କୁହାଯାଇଛି । ଏହା ଦ୍ବାରା ଶ୍ରୀମନ୍ଦିରର ଗରିମା ଓ ଐତିହ୍ୟ କ୍ଷୁର୍ଣ୍ଣ ହୋଇଥିବା ନୋଟିସରେ ଦର୍ଶାଯାଇଛି

Tags: digha jaganath templepuriRamakrushna dasmohapatra
ShareTweetShareSend
Sanchar Live

Sanchar Live

Next Post
ପୁଣି ଗୁଳି ମାରି ସୀମାକୁ ଅଶାନ୍ତ କଲା ପାକିସ୍ତାନ

ଭାରତ-ପାକିସ୍ତାନ ସୀମା ଏଲଓସିରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.