ଶୀଘ୍ର ଓଡ଼ିଶା ଛୁଇଁବ ମୈସୁମୀ । ଲଗୁଚାପ ଯୋଗୁ ପାଗ ଅନୁକୂଳ ରହିଛି । ଆସନ୍ତା ୨୭ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର l ୨ ଦିନ ଭିତରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।ଏହା ପ୍ରଭାବରେ ୨ ଦିନ ପ୍ରବଳ ବର୍ଷିବ। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୭ ଓ ୨୮ ଏହି ଦୁଇଦିନ ରାଜ୍ୟରରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର। ସେପଟେ ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ 30 ରୁ 40 କିମି ବେଗରେ ପବନ ବହିବ।….