ପୁରୀ: ଆଜି ୫ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହମାନଙ୍କ ସାଧାରଣ ଦର୍ଶନ । ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହୁଥିବାରୁ ଶ୍ରଦ୍ଧାଳୁ ଏହି ସମୟ ପାଇଁ ଦର୍ଶନରୁ ବଞ୍ଚିତ ରହିବେ । ଆଜି ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତ୍ର ଘ.୯.୦୦ ଟିକା ଠାରୁ ବିଳମ୍ବିତ ରାତ୍ର ଘ.୨.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାଯାଇଛି । ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି ୨ ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ ।