ଭୁବନେଶ୍ୱର : ଆଜି ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ । ପଞ୍ଚମ ପର୍ଯ୍ୟାରେ ୨ ଲକ୍ଷ ୩୦ ହଜାରରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ରାଶି ମିଳିବ । ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିବ । ଆସନ୍ତା ୮ ତାରିଖରେ ସୁଭଦ୍ରାର ଦ୍ବିତୀୟ କିସ୍ତି ସହାୟତା ରାଶି ଦିଆଯିବ । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର । ଘରକୁ ଘର ଯାଇ ସର୍ଭେ କରିବେ ଅଧିକାରୀ । ସୁଭଦ୍ରାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି ।
ଗତ ଫେବ୍ରୁଆରୀ ୮ ତାରିଖରେ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିଥିଲା । ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପଠାଇଥିଲେ ରାଜ୍ୟ ସରକାର । ଏହାକୁ ମିଶାଇ ଗତ ୭ ମାସରେ ୯୮ ଲକ୍ଷରୁ ଅଧିକ ମହିଳା ହିତାଧିକାରୀ ଉପକୃତ ହୋଇସାରିଛନ୍ତି । ଏହାସହ ରାଜ୍ୟବ୍ୟାପି ୯୮ ଲକ୍ଷ ୩୦ ହଜାର ୯୩୪ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି ।