ସଂଚାର ବ୍ୟୁରୋ: ଆଜି ଦିନ ସାରା ଛେଚିବ । ସକାଳୁ ଝିପି ଝିପି ବର୍ଷା ଆରମ୍ଭ ହୋଇଗଲାଣି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଫଳରେ ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ବର୍ଷା ସହ ଘଣ୍ଟାପ୍ରତି ୩୦ ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା ନଦୀ । ପୁଣି ଥରେ ଭଦ୍ରକ ଓ ବାଲେଶ୍ବରରେ ବନ୍ୟା ଆଶଙ୍କା ଦେଖାଦେଇଛି । ତଳିଆ ଅଞ୍ଚଳରେ ପାଣି ପଶିଛି । ସେପଟେ ସମ୍ବଲପୁରରେ ମହାନଦୀରେ ବି ଲଗାତାର ବଢୁଛି ଜଳସ୍ତର ।